ଅନୁଗୁଳ : ସ୍ଥାନୀୟ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ପ୍ରତି ମାସରେ ପ୍ରସାରିତ ହେଉଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମକୁ ଶୁଣିବା ଲାଗି ଗୁରୁବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଛି।
ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ରାଜ୍ୟ ବିଜେପି ଆଇଟି ସେଲର ସଂଯୋଜକ ସ୍ୱୟଂ ପ୍ରକାଶ ବରାଳ ଯୋଗଦେଇ ଜିଲ୍ଲାର ସମସ୍ତ ବୁଥ୍ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ମନ କି ବାତ କାର୍ଯ୍ୟକ୍ରମର ଜିଲ୍ଲା ସଂଯୋଜକ ଚୌଧୁରୀ ପ୍ରଧାନ, ଜିଲ୍ଲା ପ୍ରଭାରୀ ତଥା ରାଜ୍ୟ ସମ୍ପାଦକ ସୀମାଞ୍ଚଳ ଖଟେଇ, ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଅଗସ୍ତି ବେହେରା, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରକାଶ ମହାରଣା ଓ ସୁଦିପ ଗଡ଼ନାୟକ, ବରିଷ୍ଠ ନେତା ଯଯାତି ପଟ୍ଟନାୟକ ଓ ଦିଲ୍ଲୀପ ପ୍ରଧାନ, ସମସ୍ତ ଜିଲ୍ଲା ପଦାଧିକାରୀ, ମଣ୍ଡଳ ସଭାପତି ଓ ପ୍ରଭାରୀ, ସମସ୍ତ ମୋର୍ଚ୍ଚାର ସଭାପତିଙ୍କ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।