ଅନ୍ୟାନ୍ୟ

ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ବିଜେପିର ବିକ୍ଷୋଭ ଓ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ

By Angul TV Bureau

October 22, 2021

ଅନୁଗୁଳ : କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ସହ ଏଥିରେ ସଂପୃକ୍ତି ଥିବା ଗୃହ ରାଜ୍ୟ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ତୁରନ୍ତ ଇସ୍ତଫା ସହ ଗିରଫ କରିବା ଦାବୀରେ ଅନୁଗୁଳ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ଏବଂ ଯୁବମୋର୍ଚ୍ଚା ତରଫରୁ ଗୁରୁବାର ଅନୁଗୁଳ ରାଜା ଛକ ଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇ ଯାଇଛି। ଏଥିସହ ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଥାନା ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗୃହ ରାଜ୍ୟ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ କୁଶ ପୁତଳିକା ଦାହ କରିଥିଲେ। ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି ଓ ପ୍ରତିମା ମିଶ୍ର, ରାଜ୍ୟ ମହିଳା ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟା ସଂଘମିତ୍ରା ପ୍ରଧାନ ଓ ରୋଜା ଲୀନ ଦାସ, ମମତା ମହାପାତ୍ର, ସୁଜାତା ଦାସ, ନମିତା ଦଳ ବେହେରା, ଉର୍ମିଳା ନାଏକ, ସରିତା ମିଶ୍ର, ଅପର୍ଣ୍ଣା ସାହୁ, ମଧାବି ମହାପାତ୍ର, ଜିଲ୍ଲା କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର, କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ବିଜୟ ମାଝୀ, ଅନୁଗୁଳ ଜିଲ୍ଲା ଯୁବମୋର୍ଚ୍ଚାର ଉପସଭାପତି ବିରଜା ମୋହନ ପରିଡା, ସାଧାରଣ ସମ୍ପାଦକ ସମୀର ପରିଡା, ମୁଖପାତ୍ର ପୁରୁଷୋତ୍ତମ ନାୟକଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।