ଅନୁଗୁଳ: ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲଙ୍କୁ ରବିବାର ଅନୁଗୁଳ ଷ୍ଟେସନଠାରେ ଜିଲ୍ଲା ବିଜେପି ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି । ୨ ବିଜେପି ନେତା ବରଗଡ଼ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମରେ ଟ୍ରେନ୍ରେ ଯାତ୍ରା କରୁଥିଲେ। ଏହି ଅବସରରେ ବିଜେପି ରାଜ୍ୟ ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ପ୍ରତାପ ଚନ୍ଦ୍ର ପ୍ରଧାନ, ଜିଲ୍ଲା ସଭାପତି ଡିଲେଶ୍ବର ପ୍ରଧାନ,ଜିଲ୍ଲା ସାଧାରଣ ସମ୍ପାଦକ ସୁଦୀପ ଗଡ଼ନାୟକ, ଜିଲ୍ଲା ସମ୍ପାଦକ ସୋମନାଥ ରାଉତ, ଜିଲ୍ଲା କୋଷାଧ୍ୟକ୍ଷ ବିଶ୍ବଜିତ ମିଶ୍ର, ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ସମୀର ପରିଡା, ଭୁପେନ ବେହେରା, ପୁରୁଷୋତ୍ତମ ସାହୁ, ରଞ୍ଜିତ ଭୁକ୍ତା, ସଂଗ୍ରାମ ଦାଣ୍ଡିଆଙ୍କ ସମେତ ବହୁ କର୍ମକର୍ତ୍ତା ଯୋଗଦେଇଥିଲେ ।
ବିଜେପି ରାଜ୍ୟ ସଭାପତିଙ୍କୁ ସମ୍ବର୍ଦ୍ଧନା
- Post published:November 15, 2021
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Angul TV Bureau
