ଅନ୍ୟାନ୍ୟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟକୁ ପ୍ରତିବାଦ, ଏତଲା ଦେଲା ମହିଳା ମୋର୍ଚ୍ଚା

By Angul TV Bureau

November 14, 2022

ଅନୁଗୁଳ : ପଶ୍ଚିମବଙ୍ଗର ମନ୍ତ୍ରୀ ଅଖିଳ ଗିରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ବିରୋଧ କରି ବିଜେପି ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ କରିବା ସହ ସମ୍ପୃକ୍ତ ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିବା ସହ ଏତଲା ଦେଉଛନ୍ତି। ଏହି ଘଟଣାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତୀବ୍ର ନିନ୍ଦା କରି ମନ୍ତ୍ରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ।

ସୋମବାର ଏହି ପରିପ୍ରେକ୍ଷୀରେ ଅନୁଗୁଳ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ତରଫରୁ ଅନୁଗୁଳ ଥାନାରେ ମନ୍ତ୍ରୀ ଅଖିଳ ଗିରିଙ୍କ ବିରୁଦ୍ଧରେ ଏତଲା ଦିଆଯାଇଛି। ରାଷ୍ଟ୍ରପତିଙ୍କ ପ୍ରତି ଅପମାନ ସମଗ୍ର ଦେଶ ପ୍ରତି ଅପମାନ। ଜଣେ ମହିଳାଙ୍କ ପ୍ରତି ଏଭଳି ଘୃଣ୍ୟ ମନ୍ତବ୍ୟ ଆଦୌ ଗ୍ରହଣୀୟ ନୁହେଁ। ଏଣୁ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମହିଳା ମୋର୍ଚ୍ଚା ଦାବି କରିଛି।

ବିଜେପି ଜିଲ୍ଲା ମହିଳା ମୋର୍ଚ୍ଚାର ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନଙ୍କ ନେତୃତ୍ୱରେ ଜିଲ୍ଲା ସାଧାରଣ ସମ୍ପାଦିକା ଶୁଚିସ୍ମିତା ତ୍ରିପାଠୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ରୋଜାଲିନ ଦାସ, ଜିଲ୍ଲା ସମ୍ପାଦିକା ନମିତା ଦଳବେହେରା ଓ ଜିଲ୍ଲା ମହିଳା ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟା ପଙ୍କଜିନୀ ପଣ୍ଡା ପ୍ରମୁଖ ଅନୁଗୁଳ ଥାନାରେ ଏତଲା ଦେଇଛନ୍ତି।