ଛେଣ୍ଡିପଦା: ବିଜେପି ନେତା ତଥା ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ଅଗସ୍ତି ବେହେରାଙ୍କ ନେତୃତ୍ବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗସ୍ତକୁ ନେଇ ସାମ୍ବାଦିକ ସମ୍ମିଳନୀ ଆଜି ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୨୬ ତାରିଖ ସୋମବାର ଦିନ ଛେଣ୍ଡିପଦା ଜଗନ୍ନାଥ ମନ୍ଦିର ସମ୍ମୁଖ ମେଲଣ ପଡିଆଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ୯ ବର୍ଷ ପୂର୍ତ୍ତି ଅବସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ସମାବେଶରେ ଯୋଗଦେବେ। ଏହି ସମାବେଶରେ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା କରିବା ସହ ୨୦ ହଜାରରୁ ଊର୍ଦ୍ଧ୍ବ ବିଜେପି କର୍ମୀ ଯୋଗ ଦେବେ ବୋଲି ଶ୍ରୀ ବେହେରା ମତ ପ୍ରକାଶ କରିଥିଲେ।
ଆଜିର ବୈଠକରେ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ପ୍ରଭାରୀ ବରିଷ୍ଠ ବିଜେପି ନେତା ଦିଲ୍ଲୀପ କୁମାର ପ୍ରଧାନ, ଛେଣ୍ଡିପଦା ୧୫ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ଯଶୋବନ୍ତ ପ୍ରସାଦ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।