ଅନୁଗୋଳ: ଆସନ୍ତା ନଭେମ୍ବର ୧୧ ତାରିଖରେ ଅନୁଗୋଳ ଜିଲ୍ଲା ବିଜେପି ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଓ, ଅରାଜକତା ହଟାଓ’ ସ୍ଲୋଗାନରେ ଏକ ବିଶାଳ ପଦଯାତ୍ରା ଆୟୋଜନ କରାଯିବ। ଏଥିରେ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କ ସମେତ ବିଧାୟକ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଅଗସ୍ତି ବେହେରା ଯୋଗଦେବେ। ଏଥିସହ ରାଜ୍ୟ ଓ ଜିଲ୍ଲାସ୍ତରୀୟ ନେତୃତ୍ୱ ମଧ୍ୟ ସାମିଲ ହେବେ।

ଏହି ପଦଯାତ୍ରାର ସଫଳ ଆୟୋଜନ ନିମନ୍ତେ ଶନିବାର ପୂର୍ବାହ୍ନରେ ଅନୁଗୋଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସାଂସଦ ରୁଦ୍ର ନାରାୟଣ ପାଣି ଯୋଗଦେଇ ପଦଯାତ୍ରାର ପ୍ରସ୍ତୁତି ଓ ଆୟୋଜନ ସମ୍ପର୍କରେ ଆଲୋଚନା କରିଥିଲେ। ଜିଲ୍ଲାର ସମସ୍ତ ବୁଥ୍ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ସୂଚନା ଦେବା ସହ ପଦଯାତ୍ରାରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବାକୁ ସେ ପରାମର୍ଶ ଦେଇଥିଲେ।

ବୈଠକରେ ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ ପ୍ରଧାନ, ସୁଦୀପ ଗଡ଼ନାୟକ ଓ ବସନ୍ତ ମଞ୍ଜରୀ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟା ମୀରା ଗଡ଼ନାୟକ, ବିଜୟ ମାଝୀଙ୍କ ସମେତ ଜିଲ୍ଲାର ସମସ୍ତ ପଦାଧିକାରୀ ଓ ମଣ୍ଡଳ ସଭାପତିମାନେ ଉପସ୍ଥିତ ଥିଲେ।
















