ଅନ୍ୟାନ୍ୟ

ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ବିଜେପିର ଭୋଟର ସଚେତନତା ମହାଅଭିଯାନ

By Angul TV Bureau

August 22, 2023

ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠ ମଲ୍ଲିକ ନିର୍ବାଚନ ମଣ୍ଡଳୀ ଅଧୀନସ୍ଥ ନାକଚି ମଣ୍ଡଳରେ ବିଜେପିର ଭୋଟର ସଚେତନତା ମହାଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଜେପି ଅନୁଗୁଳ ଜିଲ୍ଲା ସଭାପତି ଦିଲେଶ୍ୱର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ସାଂସଦ ରୁଦ୍ରନାରାୟଣ ପାଣି, ରାଜ୍ୟ ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ।

ଆଗାମୀ ନିର୍ବାଚନ ପାଇଁ ସଠିକ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଧ୍ୟାନ ଦେବା ଉପରେ ସେ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ଡା ଅଲେଖ ପ୍ରଧାନଙ୍କ ସଂଯୋଜନା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସମସ୍ତ ବୁଥ ସଭାପତି ଓ ବିଏଲଓମାନେ ଯୋଗ ଦେଇଥିଲେ।