ଅନୁଗୁଳ: ସ୍ଥାନୀୟ କରତପଟା ସ୍ଥିତ ହାଡ଼ଗଡ଼ିଆ ଠାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୫ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ପ୍ରଦୀପ ପ୍ରଧାନ, ଅନୁଗୁଳ ବିଧାୟକଙ୍କ ପ୍ରତିନିଧି ସରୋଜ କୁମାର ପ୍ରଧାନ, ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ପ୍ରଭାତ କୁମାର ପ୍ରଧାନ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପ୍ରଧାନ, ସ୍ଥାନୀୟ ଚାଷୀ ପ୍ରତିନିଧି ସରୋଜ କୁମାର ଜେନା, ନନ୍ଦପୁର ସରପଞ୍ଚ ଜଗବନ୍ଧୁ ସାହୁ, ନନ୍ଦପୁର ସମିତି ସଭ୍ୟା ସୀତା ନାୟକ ଯୋଗ ଦେଇଥିଲେ।
ମୁଖ୍ୟବକ୍ତା ଭାବେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା.ସତ୍ୟ ନାରାୟଣ ସାହୁ ଓ ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରଶାନ୍ତ କୁମାର ପାଣିଗ୍ରାହୀ ଉପସ୍ଥିତ ରହି ୮୦୦ରୁ ଅଧିକ ଚାଷୀଙ୍କୁ ଚାଷ ସମ୍ପର୍କରେ ସୂଚନା ଦେଇଥିଲେ।
ବନ୍ତଳା ପ୍ରାଣୀ ଚିକିତ୍ସା ଅଧିକାରୀ ଡ.ଦେବାଶିଷ ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ ଜିଲ୍ଲା ପ୍ରାଣୀ ଚିକିତ୍ସାଳୟର ଉପନିର୍ଦ୍ଦେଶକ ଡ. କେଶବ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
