ପାଞ୍ଚଗଡ଼ରେ ମଣ୍ଡଳ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ୨୫୦ରୁ ଅଧିକ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

You are currently viewing ପାଞ୍ଚଗଡ଼ରେ ମଣ୍ଡଳ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ୨୫୦ରୁ ଅଧିକ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

ଅନୁଗୋଳ: ପାଞ୍ଚଗଡ଼ ବିଜୟ କୁମାର ଉଚ୍ଚ ବିଦ୍ୟାଳୟ ପରିସରରେ ମଣ୍ଡଳ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଏହି ପ୍ରତିଯୋଗିତାରେ ବ୍ଲକର ଚାରିଟି ଜୋନ୍‌ରୁ ୨୫୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ୧୪ ବର୍ଷରୁ କମ୍ ଏବଂ ୧୭ ବର୍ଷରୁ କମ୍ ବୟସ ବର୍ଗର ବାଳକ ଓ ବାଳିକାମାନଙ୍କ ପାଇଁ କବାଡି, ଖୋ-ଖୋ, ଫୁଟବଲ ଓ ଭଲିବଲ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବିଭିନ୍ନ ବିଭାଗରେ ବିଜୟୀ ଦଳଗୁଡ଼ିକୁ ପୁରସ୍କୃତ କରାଯିବା ସହ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଡିଓ ଲୋଚନ ଦାସ, ଗୋଷ୍ଠୀ ଶିକ୍ଷା ଅଧିକାରୀ ମାନସ ରଞ୍ଜନ ପୃଷ୍ଟି, ଜିଲ୍ଲା ପରିଷଦ ସଦସ୍ୟା ମୀରା ଗଡ଼ନାୟକ, ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶୀଲ କୁମାର ନାୟକ ଓ ସଞ୍ଜୀବ କୁମାର ଦେହୁରୀ ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପବିତ୍ର ମୋହନ ପ୍ରଧାନ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିବା ବେଳେ ମଣ୍ଡଳ ଶିକ୍ଷା ଅଧିକାରୀ ସଭାପତିତ୍ୱ କରିଥିଲେ। ବିଭିନ୍ନ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିଲେ। ବରିଷ୍ଠ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣପ୍ରଭା ମିଶ୍ର ମଞ୍ଚ ପରିଚାଳନା କରିଥିଲେ।

Share

Leave a Reply