ଅନୁଗୁଳ: ଜାନୁୟାରୀ ୧ ରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ‘ଜାତୀୟ ସଡ଼କ ସୁରକ୍ଷା ମାସ ୨୦୨୬’। ଚଳିତବର୍ଷର ବାର୍ତ୍ତା ରହିଛି “ସଚେତନତାରୁ ସୁରକ୍ଷା, ପ୍ରଯୁକ୍ତିରୁ ପରିବର୍ତ୍ତନ”। ଏହି ଅବସରରେ ସ୍ଥାନୀୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଠାରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ଶିବିରରେ ୯୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅନୁଗୁଳ ଆଞ୍ଚଳିକ ପରିବହନ ଅଧିକାରୀ ସମ୍ବିତ କୁମାର ପଟ୍ଟନାୟକଙ୍କ ସମେତ ପୋଲିସ ବିଭାଗର ବିଭିନ୍ନ ଅଧିକାରୀ, ଟ୍ରକ୍ ବସ୍ ମାଲିକ ସଂଘର ସଦସ୍ୟ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।
ଜାତୀୟ ସଡ଼କ ସୁରକ୍ଷା ମାସ ପାଇଁ ରକ୍ତଦାନ ଶିବିର: ୯୩ ୟୁନିଟ୍ ରକ୍ତ ସଂଗୃହୀତ
- Post published:January 2, 2026
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau
Tags: Angul


