ଅନୁଗୁଳ: ଅନୁଗୁଳ ଜିଲ୍ଲା ଠିକାଦାର ସଂଘ ଓ ଜିଲ୍ଲା ରକ୍ତ ଭଣ୍ଡାର ଆନୁକୂଲ୍ୟରେ ଏକ ବିଶାଳ ରକ୍ତଦାନ ଶିବିର ସ୍ଥାନୀୟ ଲାଇଟ ହାଉସ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି। ଶିବିରରେ ୨୫୩ ୟୁନିଟ ରକ୍ତ ସଂଗୃହୀତ ହୋଇଛି।
ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଲୋକସଭା ସାଂସଦ ରୁଦ୍ରନାରାୟଣ ପାଣି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ପାଳଲହଡା ବିଧାୟକ ଅଶୋକ ମହାନ୍ତି, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ସଙ୍ଘର ସଭାପତି ସୁନୀଲ କୁମାର ପ୍ରଧାନ ଓ ସାଧାରଣ ସଂପାଦକ ସୁବୋଧ କୁମାର ମହାପାତ୍ର, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ଠିକାଦାର ସଂଘର ସମସ୍ତ ସଭ୍ୟ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନର କାର୍ଯ୍ୟକର୍ତ୍ତା ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ।