ଅନୁଗୁଳ: ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଚେକଗେଟ୍ ନିକଟ ରାସ୍ତା କଡ଼ରେ ଥିବା ଏକ ଗଛରେ ଆଜି ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଗଛରେ ମୃତଦେହ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଯୁବତୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଆତ୍ମହତ୍ୟା ନା ହତ୍ୟା ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି।
ରାସ୍ତାକଡ଼ ଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
- Post published:May 17, 2026
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau
Tags: Angul





