ଭୁବନେଶ୍ୱର : ଆସୁଛି ବର୍ଷା। ରାଜ୍ୟରେ ୨୦ରୁ ୨୩ ଯାଏ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ନେଇ ୱାର୍ଣ୍ଣିଂ ଜାରି ହୋଇଛି । ୨୦ରେ ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୬ ଜିଲ୍ଲା ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୧ରେ ୭ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୨ ଓ ୨୩ରେ ମଧ୍ୟ, ଉତ୍ତର ଓ ଉପକୂଳରେ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।