ବିଜୁ ଯୁବ ଜନତା ଦଳର ରାଜ୍ୟ ଯୁଗ୍ମ ସମ୍ପାଦକ ଭାବେ ଦାୟିତ୍ବ ନେଲେ ଚନ୍ଦ୍ରକାନ୍ତ ପ୍ରଧାନ

You are currently viewing ବିଜୁ ଯୁବ ଜନତା ଦଳର ରାଜ୍ୟ ଯୁଗ୍ମ ସମ୍ପାଦକ ଭାବେ ଦାୟିତ୍ବ ନେଲେ ଚନ୍ଦ୍ରକାନ୍ତ ପ୍ରଧାନ

ଅନୁଗୁଳ: ବିଜୁ ଯୁବ ଜନତା ଦଳର ରାଜ୍ୟ ଯୁଗ୍ମ ସମ୍ପାଦକ ଭାବେ ଦାୟିତ୍ବ ନେଇଛନ୍ତି ଚନ୍ଦ୍ରକାନ୍ତ ପ୍ରଧାନ। ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଏହି ପଦରେ ଅବସ୍ଥାପିତ କରିଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି।

ଏ ଅବସରରେ ସେ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସଭାପତି ଡଃ ବ୍ୟାମକେଶ ରାୟ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ(ବାପୁ ଭାଇ), ସାଂସଦ ମହେଶ ସାହୁ, ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଳଲହଡା ବିଧାୟକ ମୁକେଶ କୁମାର ପାଲ, ଜିଲ୍ଲା ସଭାପତି ମହେନ୍ଦ୍ର ବସ୍ତିଆ, ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ ସଂଯୋଜକ ଶକ୍ତି ପ୍ରସାଦ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି।

Share

Leave a Reply