ଅନ୍ୟାନ୍ୟ

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ ପାଳନ

By Angul TV Bureau

December 05, 2025

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ସାପୋଇସାହି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର (ଆବାସିକ ବିଦ୍ୟାଳୟ)ର ତୃତୀୟ ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛେଣ୍ଡିପଦା ବିଧାୟକ ଅଗସ୍ତୀ ବେହେରା ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଡାଏଟ୍ ପ୍ରିନ୍ସପାଲ ବିକ୍ରମ କୁମାର ସାହୁ ଏବଂ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଯଶୋବନ୍ତ ବେହେରା, ଛେଣ୍ଡିପଦା ସରପଞ୍ଚ ସୁଦୀପ୍ତ ପ୍ରଧାନ ଏବଂ ସ୍ବତନ୍ତ୍ର ଅତିଥି ଭାବେ ଶତ୍ରୁଘ୍ନ ପ୍ରଧାନ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଗୁରୁଜୀ/ଗୁରୁମା ମାନଙ୍କ ସହ ଅତିଥିମାନେ ବହୁ ଅଭିଭାବକ ଏହି ଉତ୍ସବର ଯୋଗ ଦେଇଥିଲେ।‌ ଅରୁଣ କୁମାର ସାହୁ କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିଲେ।