ଅନୁଗୁଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ଶିକାରୀଙ୍କ ଗୁଳିରେ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ମୃତ୍ୟୁ ଘଟଣା । ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିବା
ସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହିପରି ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୪ ଶିକାରୀଙ୍କୁ ଗିରଫ ସହ ବନ୍ଧୁକ ଜବତ କରାଯାଇଥିବା ସୂଚନା
ମିଳିଛି।
ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣା, ୩୦ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
