ଅନୁଗୁଳ: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ୭୬ ତମ ବନ ମହୋତ୍ସବ ଅବସରରେ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରରେ ଆୟୋଜିତ ପ୍ରତିଯୋଗିତାରେ ଅନୁଗୁଳର ଛାତ୍ରଛାତ୍ରୀ ସଫଳତା ଅର୍ଜନ କରିଛନ୍ତି।
ବରିଷ୍ଠ ବିଭାଗରେ ଡିଏଭି ଜଗନ୍ନାଥ କ୍ଷେତ୍ରର ପି. ଶୁଭଶ୍ରୀ ବକ୍ତୃତା ପ୍ରତିଯୋଗିତାରେ ତୃତୀୟ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ମଧୂସୂଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଟ୍ରଫି ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ଶୁଭଶ୍ରୀଙ୍କର ଏହି କୃତିତ୍ୱ ପାଇଁ ବିଦ୍ୟାଳୟର ଅଧ୍ୟକ୍ଷା ଶୁକ୍ଳା ଚକ୍ରବର୍ତ୍ତୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।