ମୁଖ୍ୟ ଖବର

ଅନୁଗୁଳ ଜିଲ୍ଲାର ୮୭ ଟି ଉଚ୍ଚ ବିଦ୍ୟାଳୟର ରୂପାନ୍ତରିକରଣ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

By Angul TV Bureau

April 25, 2023

ଅନୁଗୁଳ: ଆଜି ଅପରାହ୍ନରେ ତୃତୀୟ ପର୍ଯ୍ୟାୟରେ ଫାଇଭ-ଟି ଯୋଜନା ଅନ୍ତର୍ଭୁକ୍ତ ବିଦ୍ୟାଳୟ ରୂପାନ୍ତରିକରଣ କାର୍ଯ୍ୟକ୍ରମରେ ଅନୁଗୁଳ ଜିଲ୍ଲାର ୮୭ ଟି ଉଚ୍ଚ ବିଦ୍ୟାଳୟର ରୂପାନ୍ତରିକରଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଏସବୁ ସ୍କୁଲର ଉଦ୍ଘାଟନ କରିଛନ୍ତି।

ଏ ଅବସରରେ ପ୍ରଥମେ ଛେଣ୍ଡିପଦା ସ୍ଥିତ ସେଣ୍ଟେନାରୀ ଟ୍ରାଇବାଲ ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ସୁପ୍ରିୟା ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଣାମ ଜଣାଇବା ସହ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ। ଏହା ପରେ ଅନୁଗୁଳ ବିଧାୟକ ତଥା ଓଡିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ବକ୍ତବ୍ୟ ରଖିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଉପଜିଲ୍ଲାପାଳ ବଇତୁରା ଦୀପ, ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ।