ମୁଖ୍ୟ ଖବର

ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ

By Angul TV Bureau

June 26, 2024

 

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀ ଗସ୍ତରେ ଯିବେ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ।

ଡବଲ ଇଞ୍ଜିନ ସରକାର ଓଡ଼ିଶାରେ କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଥମ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି, ନଡ୍ଡାଙ୍କୁ ସାକ୍ଷାତ କରିବେ। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି। ଏ ଅବସରରେ ତିନି ନେତା ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ଦିଗରେ କେନ୍ଦ୍ର ସରକାରଙ୍କ ସହ ବିଚାରବିମର୍ଶ କରିବେ।