ମମତାଙ୍କୁ ଭେଟିଲେ ମୋହନ, ଆଳୁ ଯୋଗାଣ ସମସ୍ୟା ନେଇ କଲେ ଆଲୋଚନା

You are currently viewing ମମତାଙ୍କୁ ଭେଟିଲେ ମୋହନ, ଆଳୁ ଯୋଗାଣ ସମସ୍ୟା ନେଇ କଲେ ଆଲୋଚନା

ଭୁବନେଶ୍ୱର: ମମତାଙ୍କୁ ଭେଟିଲେ ମୋହନ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ନେଇ ଆଲୋଚନା କରିଛନ୍ତି।

ସୂଚନାଯୋଗ୍ୟ ଯେ ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ତେବେ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହେଉଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଅନ୍ୟପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆଳୁ ଯୋଗାଣ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।

Share

Leave a Reply