ଏଣିକି ଦଶମ ପିଲା ପଢ଼ିବେ କରୋନା ପାଠ, ପାଠ୍ୟକ୍ରମରେ ଯୋଡ଼ା ହେଲା କୋଭିଡ୍ ପରିଚାଳନା ବିଷୟ

You are currently viewing ଏଣିକି ଦଶମ ପିଲା ପଢ଼ିବେ କରୋନା ପାଠ, ପାଠ୍ୟକ୍ରମରେ ଯୋଡ଼ା ହେଲା କୋଭିଡ୍ ପରିଚାଳନା ବିଷୟ

ଭୁବନେଶ୍ବର : ଏଣିକି ଦଶମ ପିଲା ପଢ଼ିବେ କୋଭିଡ୍ ପାଠ । ଏଥିପାଇଁ ଚଳିତ ୨୦୨୨-୨୩ ଶିକ୍ଷା ବର୍ଷର ଦଶମ ଶ୍ରେଣୀର ଜୀବ ବିଜ୍ଞାନ ପାଠ୍ୟପୁସ୍ତକରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି।

ଅନ୍ୟପଟେ ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବାର ସୂଚନା ମିଳିଛି। ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି ।
କୋଭିଡ ଭୟାବହତା ସମ୍ପର୍କରେ ପିଲା ମାନଙ୍କୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ପାଇଁ ବିଭାଗ ଏପରି ନିଷ୍ପତ୍ତି ନେଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କହିଛନ୍ତି।

Share

Leave a Reply