ଦୁର୍ଘଟଣାରେ ଜଳିଗଲା କ୍ରିକେଟର ଋଷଭ ପନ୍ତଙ୍କ ଗାଡ଼ି, ଗୋଡ଼ରେ ଗଭୀର ଆଘାତ ଲାଗିଥିବା ସୂଚନା

You are currently viewing ଦୁର୍ଘଟଣାରେ ଜଳିଗଲା କ୍ରିକେଟର ଋଷଭ ପନ୍ତଙ୍କ ଗାଡ଼ି, ଗୋଡ଼ରେ ଗଭୀର ଆଘାତ ଲାଗିଥିବା ସୂଚନା

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ୱିକେଟ୍ କିପର ତଥା ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗି ଭାଙ୍ଗି ଯାଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଦିଲ୍ଲୀରୁ ଫେରୁଥିବା ବେଳେ ମାଙ୍ଗାଲୋର କୋଟୱାଲୀର ଏନ.ଏଚ ୫୮ରେ ତାଙ୍କ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। କାର ନିୟନ୍ତ୍ରଣ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ କାର ଜଳିଯାଇଛି। ପନ୍ତଙ୍କୁ ଗୁରୁତର ଅବସ୍ଥାରେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା କ’ଣ ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପନ୍ତଙ୍କ ମୁଣ୍ଡ ଓ ଗୋଡ଼ରେ ଆଘାତ ଲାଗିଛି। ପନ୍ତଙ୍କ ଗୋଡ଼ ଭାଙ୍ଗି ଯାଇଛି ବୋଲି ସୂଚନା ରହିଛି।

Share

Leave a Reply