ଅନ୍ୟାନ୍ୟ

ପ୍ରଧାନମନ୍ତ୍ରୀଙ୍କ ୨୫ ବର୍ଷର ସେବା ଓ ସୁଶାସନକୁ ନେଇ ସେବା ଜ୍ୟୋତି ଯାତ୍ରା

By Angul TV Bureau

October 06, 2026

ଅନୁଗୋଳ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସେବା ଓ ସୁଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶରେ ସେବା ଜ୍ୟୋତି ଯାତ୍ରା ପାଳନ କରାଯିବ। ତାଙ୍କର ଏହି ୨୫ ବର୍ଷର ଯାତ୍ରାକୁ ସ୍ମରଣୀୟ କରିବା ପାଇଁ ଆସନ୍ତା ଅକ୍ଟୋବର ୭ ତାରିଖରେ ଦେଶବ୍ୟାପୀ ଏହି ଯାତ୍ରା ଅନୁଷ୍ଠିତ ହେବ।

ଏହି କ୍ରମରେ ସୋମବାର ଅନୁଗୋଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସେବା ଜ୍ୟୋତି ଯାତ୍ରାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ୭ ତାରିଖର କାର୍ଯ୍ୟକ୍ରମ କିପରି ସଫଳ ହେବ ସେ ନେଇ ଆଲୋଚନା କରାଯାଇଥିଲା। ଅକ୍ଟୋବର ୭ ତାରିଖରେ ଅନୁଗୋଳରେ ହେବାକୁ ଥିବା ସେବା ଜ୍ୟୋତି ଯାତ୍ରା କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏହି ପ୍ରସ୍ତୁତି ବୈଠକରେ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଜିଲ୍ଲା ସାଧାରଣ ସମ୍ପାଦକ ସୁଦିପ ଗଡନାୟକ, ପ୍ରଭାତ କୁମାର ପ୍ରଧାନ ଓ ବସନ୍ତ ମଞ୍ଜରୀ ପ୍ରଧାନ, ଜିଲ୍ଲାର ବରିଷ୍ଠ ନେତୃମଣ୍ଡଳୀ, ଜିଲ୍ଲା ପଦାଧିକାରୀ, ସମସ୍ତ ମୋର୍ଚ୍ଚା ସଭାପତି ଏବଂ ସମସ୍ତ ମଣ୍ଡଳ ସଭାପତିମାନେ ଉପସ୍ଥିତ ଥିଲେ।