ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସୁପର୍‌ସ୍ପେସିଆଲିଟି ହସ୍ପିଟାଲରେ ପରିଣତ କରିବାକୁ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲା ପ୍ରଶାସନକୁ ଦାବି

You are currently viewing ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସୁପର୍‌ସ୍ପେସିଆଲିଟି ହସ୍ପିଟାଲରେ ପରିଣତ କରିବାକୁ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲା ପ୍ରଶାସନକୁ ଦାବି

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସୁପର୍‌ସ୍ପେସିଆଲିଟି ହସ୍ପିଟାଲରେ ପରିଣତ କରିବାକୁ ଜିଲ୍ଲା ପ୍ରଶାସନକୁ ସ୍ମାରକ ପତ୍ର ପ୍ରଦାନ କରିଛି ଜିଲ୍ଲା ଜନ ଜୀବନ ସୁରକ୍ଷା କମିଟି। ମେଡିକାଲ କଲେଜକୁ ଉନ୍ନିତ କରିବା, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ପୋଲଟ୍ରି ଫାର୍ମକୁ ଅନ୍ୟତ୍ର ସ୍ଥାନାନ୍ତରିତ କରି ପୋଲଟ୍ରି ଫାର୍ମର ସମସ୍ତ ଜାଗାକୁ ଅବିଳମ୍ବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ହସ୍ତାନ୍ତର କରିବା, ପ୍ରଦୂଷଣ ବିଷବଳୟରେ ଜର୍ଜରିତ ଅନୁଗୁଳ ଜିଲ୍ଲାର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଦେୟମୁକ୍ତ ବିଦ୍ୟୁତ୍ ଯୋଗାଇଦେବା, ଜିଲ୍ଲାରେ ପ୍ରତିଷ୍ଠିତ ଶିଳ୍ପ, ଖଣି ପାଇଁ ବିସ୍ଥାପନ ପୂର୍ବରୁ ଉପଯୁକ୍ତ କ୍ଷତିପୂରଣ, ଥଇଥାନ କରିବା ସହିତ ସମସ୍ତ ବେକାର ଯୁବକ-ଯୁବତୀମାନଙ୍କୁ ଅଗ୍ରାଧିକାର ଭିଭିରେ ନିଯୁକ୍ତି ଦେବା, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ ଉପଖଣ୍ଡ ଡାକ୍ତରଖାନା, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ରରେ ଖାଲି ପଡିଥିବା ଡାକ୍ତର, ନର୍ସ, କର୍ମଋରୀ ପଦବୀ ପୂରଣ କରିବା ପାଇଁ ଆଜି “ଅନୁଗୁଳ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି” ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରପତ୍ର ଅତିରିକ୍ତ ଜିଲ୍ଲାପାଳ ରଜନୀକାନ୍ତ ସ୍ଵାଇଁଙ୍କୁ ପ୍ରଦାନ କରାଯାଇଛି।

ସ୍ମାରକପତ୍ର ପ୍ରଦାନ ସମୟରେ ଅନୁଗୁଳ ଜିଲ୍ଲା ଜନଜୀବନ ସୁରକ୍ଷା କମିଟିର ଆବାହକ ପ୍ରମୋଦ କୁମାର ପ୍ରଧାନ, ରବୀନ୍ଦ୍ର ପ୍ରସାଦ ପଟ୍ଟନାୟକ, ଅଭିମନ୍ୟୁ ସ୍ଵାଇଁ, ଦାମୋଦର ଦାସ, ପର୍ଶୁରାମ ଦାସ, ତୀର୍ଥବାସୀ ଭୋଇ, ମାନସ ପାଳ, ପଠାଣୀ ବାରିହା, ତ୍ରେତାନନ୍ଦ ସାମନ୍ତ, ଅଶୋକ କୁମାର ପ୍ରଧାନ, ନିରୋଦ ପାଳ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply