ଅନ୍ୟାନ୍ୟ

ପୂର୍ବତନ ସରପଞ୍ଚ ସୁଷମା ପ୍ରଧାନଙ୍କ ପରଲୋକ

By Angul TV Bureau

October 07, 2026

ଅନୁଗୋଳ: ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଶିମିଳିପାଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁଷମା ପ୍ରଧାନଙ୍କ ନିଜ ବାସଭବନରେ ପରଲୋକ ହୋଇଯାଇଛି। ସେ ଜଣେ ଜନପ୍ରିୟ ନାରୀନେତ୍ରୀ, ସମାଜସେବୀ, ପରୋପକାରୀ ଓ ଧର୍ମପରାୟଣ ମହିଳା ଭାବେ ବେଶ୍ ଜଣାଶୁଣା ଥିଲେ। ତାଙ୍କ ବିୟୋଗରେ ସମଗ୍ର ବ୍ଲକ୍ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ପରଲୋକ ଖବର ପାଇ ଆଖପାଖ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚି ଶେଷ ଦର୍ଶନ କରିବା ସହ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଓ ଶୋକାକୁଳ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଥିଲେ। ତାଙ୍କ ମର ଶରୀରକୁ ଗ୍ରାମ ପରିକ୍ରମା କରିବା ପରେ ଗାଁ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା।