ମୁଖ୍ୟ ଖବର

ବଢ଼ୁଛି ଡେଙ୍ଗୁ ସଂକ୍ରମଣ: ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି

By Angul TV Bureau

July 09, 2024

ଭୁବନେଶ୍ୱର: ବର୍ଷା ସହ ରାଜ୍ୟରେ ଆତଙ୍କ ଖେଳାଇଲାଣି ଡେଙ୍ଗୁ। ରାଜ୍ୟରେ ଏବେ ଡେଙ୍ଗୁ ସଂକ୍ରମଣ ଆରମ୍ଭ ହୋଇଗଲାଣି। ଏହାକୁ ନଜରରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ଗତ ୫ବର୍ଷ ଭିତରେ ଯେଉଁ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା ତାହାକୁ ଚିହ୍ନଟ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି।

ସେ ଚିଠିରେ ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ବଢୁଥିବାରୁ ଆଗୁଆ ସତର୍କତା ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣକୁ ନଜରରେ ରଖି ଆଗୁଆ ସତର୍କ ରହିବା ସହ ଔଷଧ ଓ ଆବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଇତି ମଧ୍ୟରେ ରାଜ୍ୟରେ ପାଖାପାଖି ୩ ଶହରୁ ଅଧିକ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ଚିକିତ୍ସା ଜାରି ରହିଛି।