ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଆଠମଲ୍ଲିକ ଗସ୍ତ: ଭବ୍ଯ ସ୍ବାଗତ

You are currently viewing ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଆଠମଲ୍ଲିକ ଗସ୍ତ: ଭବ୍ଯ ସ୍ବାଗତ

​ଅନୁଗୋଳ: ଆଜି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଆଠମଲ୍ଲିକ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସ୍ଥାନୀୟ ପ୍ରଶାସନ ଓ ଦଳୀୟ କର୍ମୀଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।
​ଆଠମଲ୍ଲିକ ଉପଜିଲ୍ଲାପାଳ ଉପେନ୍ଦ୍ର ଲୁହାଙ୍କ ସମେତ ବିଜେପିର ବହୁ ନେତୃସ୍ଥାନୀୟ ବ୍ୟକ୍ତି ଓ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଉପମୁଖ୍ୟମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନପୂର୍ବକ ଭବ୍ଯ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି। ଏହି ଗସ୍ତକୁ ନେଇ ସ୍ଥାନୀୟ ଅଞ୍ଚଳର ରାଜନୈତିକ ବଳୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।

Share

Leave a Reply