ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ବିରାଜିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରବିବାର ଆଡ଼ପ ବିଜେ ହେବା ପରେ ସୋମବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଛି। ଏ ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡପ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ଥିଲା। ମଙ୍ଗଳବାର ସକାଳ ମଙ୍ଗଳ ଆଳତି ପରେ ପୁଣିଥରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି।
ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ବନକଲାଗି ଶେଷ, ମଙ୍ଗଳବାର ସକାଳୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
- Post published:July 1, 2025
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau

Tags: Angul