ଅନ୍ୟାନ୍ୟ

୧୮ରେ ଅନୁଗୁଳରେ ‘ଧନ୍ୟବାଦ ମୁଖ୍ୟମନ୍ତ୍ରୀ’ କାର୍ଯ୍ୟକ୍ରମ, ୧୫ରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

By Angul TV Bureau

May 13, 2025

ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ୧୮ରେ ‘ଧନ୍ୟବାଦ ମୁଖ୍ୟମନ୍ତ୍ରୀ’ କାର୍ଯ୍ୟକ୍ରମ ଅନୁଗୁଳରେ ହେବ ବୋଲି ଏ ଅବସରରେ ଘୋଷଣା ହୋଇଛି। ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ କୃଷକମାନେ ଏଠାରେ ବହୁ ସଂଖ୍ୟାରେ ଯୋଗଦେବେ। ଏ ନେଇ ଆଜି ଜିଲ୍ଲା କାର୍ଯ୍ୟାଳୟରେ ଆୟୋଜିତ ବିଜେପିର ପ୍ରସ୍ତୁତି ବୈଠକ ବସିଛି।

ସେହିପରି ଆସନ୍ତା ୧୫ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ ଜିଲ୍ଲା ଗସ୍ତ କରି ଆଠମଲ୍ଲିକ ନିର୍ବାଚନମଣ୍ଡଳୀରେ କେନ୍ଦ୍ରୀୟ ବିଦ୍ୟାଳୟର ଶିଳାନ୍ୟାସ ସହ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟରେ ଯୋଗଦେବେ। ଅହଲ୍ୟାବାଇ ହୋଲକରଙ୍କ ୩୦୦ ତମ ଜୟନ୍ତୀ ପାଳନ ପାଇଁ ମଧ୍ୟ ବୈଠକରେ ଆଲୋଚନା ହୋଇଛି।ବୈଠକରେ ଜିଲ୍ଲା ସଭାପତିଙ୍କ ସମେତ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ବିଜୟ ମାଝୀ, ପ୍ରାକ୍ତନ ଜିଲ୍ଲା ସଭାପତି ଦିଲେଶ୍ୱର ପ୍ରଧାନ, ଜିଲ୍ଲା ସାଧାରଣ ସଂପାଦକ ସୁଦୀପ ଗଡ଼ନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନଙ୍କ ସମେତ ବହୁ ଜିଲ୍ଲା ପଦାଧିକାରୀ ଉପସ୍ଥିତ ଥିଲେ।