ମୁଖ୍ୟ ଖବର

ଧର୍ମେନ୍ଦ୍ର ପ୍ରଧାନ ହେଲେ ଉତ୍ତରପ୍ରଦେଶ ନିର୍ବାଚନୀ ପ୍ରଭାରୀ

By Angul TV Bureau

September 08, 2021

ଅନୁଗୁଳ: ଉତ୍ତର ପ୍ରଦେଶରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ନିମନ୍ତେ ଆଜି ‘ଭାରତୀୟ ଜନତା ପାର୍ଟି’ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ପ୍ରକାଶ ନଡ୍ଡା କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଭାରୀ ଭାବେ ନିଯୁକ୍ତ କରିଛନ୍ତି। ସେହିପରି, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ଓ ଯୁବ ବ୍ୟାପାର ଏବଂ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର, କେନ୍ଦ୍ର ସଂସଦୀୟ ବ୍ୟାପାର ଏବଂ ସଂସ୍କୃତି ତଥା ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ୍‌, ରାଜ୍ୟସଭା ସାଂସଦ ସୁଶ୍ରୀ ସରୋଜ ପାଣ୍ଡେ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ସୁଶ୍ରୀ ଶୋଭା କରନ୍ଦଲାଜେ, ହରିୟାଣା ରାଜ୍ୟ ସରକାରଙ୍କ ପୂର୍ବତନ ମନ୍ତ୍ରୀ କ୍ୟାପ୍ଟେନ୍‌ ଅଭିମନ୍ୟୁ, କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଏବଂ ରାଜ୍ୟସଭା ସାଂସଦ ବିବେକ ଠାକୁରଙ୍କୁ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ନିମନ୍ତେ ସହ-ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି। ତେବେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏହି ଦାଇତ୍ୱ ମିଳିବ ପରେ ଜିଲ୍ଲା ବିଜେପି କର୍ମକର୍ତ୍ତା ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।