କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀଙ୍କ ପରଲୋକ, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନୁଗୁଳ ଜିଲ୍ଲା ବିଜେପି

You are currently viewing କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀଙ୍କ ପରଲୋକ, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନୁଗୁଳ ଜିଲ୍ଲା ବିଜେପି

ଅନୁଗୁଳ : କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କର ଆଜି ପରଲୋକ ହୋଇଛି।ତାଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ସେହିପରି ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଏନଏସ ଆଇ ସି ଡାଇରେକ୍ଟର କାଳନ୍ଦୀ ସାମଲ, ପ୍ରାକ୍ତନ ମନ୍ତୀ ସଂଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଅନୁଗୁଳ ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ ନାଲକୋରେ ଚାକିରି କରୁଥିବା ସମୟରେ ୬ ବର୍ଷ ଅନୁଗୁଳରେ ରହୁଥିଲେ। ଶ୍ରୀମତୀ ଓରାମ ଜଣେ ଧର୍ମପରାୟଣା, ପରୋପକାରୀ ମହିଳା ଥିଲେ। ଏଭଳି ସମୟରେ ଭଗବାନ ତାଙ୍କ ପରିବାରକୁ ଧୈର୍ଯ୍ୟ ଦିଅନ୍ତୁ ବୋଲି ଜିଲ୍ଲା ବିଜେପି ପକ୍ଷରୁ ଜାରି ଶୋକ ବାର୍ତ୍ତାରେ କୁହାଯାଇଛି।

Share

Leave a Reply