କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ

You are currently viewing କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୋଳ: ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ । ସିଜେପି ଚାପ ଏବଂ ଜନ୍ତରମନ୍ତରରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଭିତରେ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

ସବୁ ଆଲୋଚନା, ସମାଲୋଚନା, ବିବାଦ, ପ୍ରବଳ ଚାପ ମଧ୍ୟରେ ଶେଷରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ସରକାର ଏବଂ CJP ପ୍ରତିନିଧିମଣ୍ଡଳ ମଧ୍ୟରେ ତୃତୀୟ ପର୍ଯ୍ୟାୟ ଆଲୋଚନା ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିକଟକୁ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି । NEET-UG ପେପର୍ ଲିକ୍ ଏବଂ ଜନ୍ତର ମନ୍ତରରେ ଚାଲିଥିବା ଛାତ୍ର ପ୍ରତିବାଦକୁ ନେଇ ଦେଶବ୍ୟାପୀ ବିବାଦ ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ନିଷ୍ପତ୍ତି ଆସିଛି। ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ରାଜନୈତିକ ମହଲରେ ହଇଚଇ ସୃଷ୍ଟି କରିଛି। ଶ୍ରୀ ପ୍ରଧାନ ତାଙ୍କ ଇସ୍ତଫାପତ୍ର ସୋସିଆଲ ମିଡିଆରେ ପୋଷ୍ଟ କରି ଇସ୍ତଫାର କାରଣ ମଧ୍ୟ ବାଖ୍ୟା କରିଛନ୍ତି।

Share

Leave a Reply