ଅନୁଗୁଳ: ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ରାଣିଗୋଡ଼ା ଗାଁରେ ଶନିବାର ସନ୍ଧ୍ୟାରେ ବିଦ୍ୟୁତ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯୟୀ, ଗାଁର ତଳ ସାହିରେ ଏକ ଘର ମାର୍ବଲ ପଲିସ ହେଉଥିବା ବେଳେ ଶ୍ରମିକ ଇନାମୂଲ ହକ(୨୩)ଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା। ଫଳରେ ଇନାମୂଲ ଗୁରୁତର ହୋଇଥିଲେ। ତାଙ୍କୁ ଅନୁଗୁଳ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଅନୁଗୁଳ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଶବ ବ୍ୟବଛେଦ କରାଯାଇଛି। ଇନାମୂଲଙ୍କ ଘର ପଶ୍ଚିମବଙ୍ଗ ମେଦିନାପୁର ଅଞ୍ଚଳରେ।
ବିଦ୍ୟୁତ୍ ଆଘାତରେ ଶ୍ରମିକ ମୃତ
- Post published:February 13, 2022
- Post category:ଘଟଣା ଓ ଦୁର୍ଘଟଣା
- Post comments:0 Comments
- Post author:Biswaranjan Pattnaik
Tags: Angul


