ମୁଖ୍ୟ ଖବର

ବସୁଧାର ଉପଦେଷ୍ଟା ଭାବେ ନିଯୁକ୍ତ ହେଲେ ଅନୁଗୁଳ ଜିଲ୍ଲା ଯୁବ ସଭାପତି ଦିନେଶ ପ୍ରଧାନ

By Angul TV Bureau

January 12, 2023

ଅନୁଗୁଳ: ପଞ୍ଚାୟତିରାଜ ଓ ପାନୀୟ ଜଳବିଭାଗର ବସୁଧାର ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି ଦିନେଶ ପ୍ରଧାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଯୁବ ଜନତା ଦଳର ଜିଲ୍ଲା ଯୁବ ସଭାପତି ଦିନେଶ ପ୍ରଧାନଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି।

ନିଯୁକ୍ତି ପରେ ଦିନେଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟ ନେତୃମଣ୍ଡଳୀ ତଥା – ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜୁ ଜନତା ଦଳର ବରିଷ୍ଠ ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଶାନ୍ତ ମୁଦୁଲି, ଯୁବ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ କୁନ ବିହାରୀ ଦାସ , ସାଧାରଣ ସମ୍ପାଦକ ଯୁବ ବ୍ୟାପାର ପ୍ରଣବ ବଳବନ୍ତରାୟ , ବିଜୁ ଯୁବ ଜନତା ଦଳ ର ରାଜ୍ୟ ସଭାପତି ବୌମକେଶ ରାଏ ଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଏ ଅବସରରେ ଆଜି ସେ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି.କେ ପାଣ୍ଡିଆନଙ୍କୁ କୃତଜ୍ଞତା ଜଣାଇବା ସହିତ ଦିଆଯାଇଥିବା ଦାୟିତ୍ୱ ବିଷୟରେ ଆଲୋଚନା କରିଥିଲେ। ଏହା ସହ ଓଡିଶାର ପ୍ରତ୍ୟେକ ଘର ଓ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟକୁ ସେ ପୂରଣ କରିବା ପାଇଁ ନିଜକୁ ସମର୍ପିତ କରି କାମ କରିବେ ବୋଲି ପ୍ରକାଶ କରିଛନ୍ତି।