ଆୟବହିର୍ଭୂତ ସଂପତ୍ତି ଅଭିଯୋଗ: ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

You are currently viewing ଆୟବହିର୍ଭୂତ ସଂପତ୍ତି ଅଭିଯୋଗ: ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଅନୁଗୁଳ,ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼ ଓ ଗଞ୍ଜାମରେ ୮ ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି।

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ  ସ୍ୱତନ୍ତ୍ର ବିଚାରପତି, ସୁନ୍ଦରଗଡ଼, ଭିଜିଲାନ୍ସଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ଏଥିରେ ୩ ଜଣଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି।

Share

Leave a Reply