ଅନ୍ୟାନ୍ୟ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର

By Swagatika Samantray

November 14, 2022

ଅନୁଗୁଳ: ଅନୁଗୁଳ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ସୋମବାର ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଦାଖଲ ହୋଇଥିବା ସମୁଦାୟ ୪୯ଟି ଅଭିଯୋଗରୁ ୪୨ଟି ବ୍ୟକ୍ତିଗତ, ୭ଟି ସାମୁହିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।

ଜିଲ୍ଲା ରେଡକ୍ରସ ପଣ୍ଠିରୁ ଚିକିତ୍ସା ପାଇଁ ଜଣଙ୍କୁ ୫ ହଜାର ଟଙ୍କାର ଆର୍ଥିକସହାୟତା ପ୍ରଦାନ କରାଯାଇଛି। ଶିବିରରେ ଅନ୍ୟମାଙ୍କ ମଧ୍ୟରେ ଅଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରସନ୍ନ କୁମାର ବିଶ୍ବାଳ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।