ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର

You are currently viewing ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର

ଅନୁଗୁଳ: ଅନୁଗୁଳ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ସୋମବାର ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଦାଖଲ ହୋଇଥିବା ସମୁଦାୟ ୪୬ଟି ଅଭିଯୋଗରୁ ୪୦ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦିଆଲା। ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଜଣଙ୍କୁ ୫ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଗଲା। ଦାଖଲ ହୋଇଥିବା ସମୁଦାୟ ୪୬ଟି ଅଭିଯୋଗ ମଧ୍ୟରୁ ୭ଟି ଅଭିଯୋଗର ଆଜିର ଶିବିରରେ ଫଇସଲା କରାଗଲା। ଶିବିରକୁ ଆସିଥିବା ଲୋକମାନେ ଜମିଜମା, ନିଯୁକ୍ତି, ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତା, ରାସନ୍, ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଜଗମୋହନ ମୀନା, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ଵାଇଁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅନୁଗୁଳ ଉପଜିଲ୍ଲାପାଳ ବଇତୁରା ଦିପ୍, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ବିଶି ଓ ଜିଲ୍ଲା ମୁଖ୍ୟଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply