ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର, ସମାଧାନ ହେଲା ୬୨ଟି ଅଭିଯୋଗ

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର, ସମାଧାନ ହେଲା ୬୨ଟି ଅଭିଯୋଗ

ଅନୁଗୁଳ: ଆଜି ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନା, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ୱାଇଁ ଓ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସନ୍ତୋଷ ପ୍ରଧାନ ଯୋଗ ଦେଇଥିଲେ।

ଶିବିରରେ ଦାଖଲ ହୋଇଥିବା ସମୁଦାୟ ଅଭିଯୋଗରୁ ୫୩ଟି ବ୍ୟକ୍ତିଗତ ଓ ୯ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ୨୨ଟି ବିଦ୍ୟାଳୟକୁ ଜମି ପଟ୍ଟା ପ୍ରଦାନ କରାଯାଇଛି। ଏ ଅବସରରେ ଶିବିରକୁ ଆସିଥିବା ଲୋକମାନେ ସାଧାରଣତଃ ରାସ୍ତା, ପାନୀୟଜଳ, ବିଦ୍ୟୁତ୍, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାସନକାର୍ଡ ପ୍ରଦାନ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଯୋଗ କରିଥିଲେ।

ଶିବିରରେ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଉପଜିଲ୍ଲାପାଳ ବଇତୁରା ଦିପ୍, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏଲିଜା ମିଶ୍ର, ବଅଁରପାଳ ତହସିଲଦାର ଜିତେନ୍ଦ୍ର କୁମାର ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Share

Leave a Reply