ଅନୁଗୁଳ: ମଙ୍ଗଳବାର ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦାଖଲ ହୋଇଥିବା ସମୁଦାୟ ୧୧୬ଟି ଅଭିଯୋଗରୁ ୧୧୨ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗ ଥିଲା। ସମସ୍ତ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପରାମର୍ଶ ଦେଇଛନ୍ତି।
ଏଥିସହ ଦାଖଲ ହୋଇଥିବା ସମୁଦାୟ ୧୧୬ଟି ଅଭିଯୋଗ ମଧ୍ୟରୁ ୧୨ଟିର ଶିବିରରେ ଫଇସଲା କରାଯାଇଥିଲା। ଏହି ଶିବିରରେ ମୁଖ୍ୟତଃ ବାର୍ଦ୍ଧକ୍ୟ ଭତ୍ତା, ରାସନ କାର୍ଡ, ପ୍ରଧାନମନ୍ତ୍ରୀ ଆବାସ ସମେତ ବିଭିନ୍ନ ଅଭିଯୋଗ ଦାଖଲ କରାଯାଇଛି।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରସନ୍ନ କୁମାର ବିଶ୍ବାଳ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଡେପୁଟି କଲେକ୍ଟର ମଧୁସ୍ମିତା ବିଶି ଓ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।
ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର, ଦାଖଲ ହୋଇଥିବା ୧୧୬ଟି ଅଭିଯୋଗ ମଧ୍ୟରୁ ୧୨ଟିର ହେଲା ଫଇସଲା


