ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର

You are currently viewing ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର

ଅନୁଗୁଳ: ସୋମବାର ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦାଖଲ ହୋଇଥିବା ସମୁଦାୟ ୧୧୮ଟି ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।

ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୬ଜଣ ବ୍ୟକ୍ତିଙ୍କୁ ଜରୁରୀକାଳୀନ ଭାବେ ୩୭ହଜାର ୫ଶହ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏହାଛଡା ଦାଖଲ ହୋଇଥିବା ସମୁଦାୟ ୧୧୮ଟି ଅଭିଯୋଗ ମଧ୍ୟରୁ ୨୦ଟି ଅଭିଯୋଗର ଆଜିର ଶିବିରରେ ଫଇସଲା କରାଯାଇଥିଲା। ଆଜିର ଶିବିରକୁ ଆସିଥିବା ଲୋକମାନେ ଜମିଜମା, ନିଯୁକ୍ତି, ସ୍ବାସ୍ଥ୍ୟ, ଶିକ୍ଷା,ରାସ୍ତା, ରାସନ୍,ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ପ୍ରଧାନ(ରାଜସ୍ୱ), ଅତିରିକ୍ତ ଜିଲ୍ଲାପାଳ ରଜନୀକାନ୍ତ ସ୍ଵାଇଁ (ସାଧାରଣ), ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅନୁଗୋଳ ଉପଜିଲ୍ଲାପାଳ ବଇତୁରା ଦିପ୍, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ବିଶି ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply