ଅନୁଗୁଳ: ଆଜି ପୂର୍ବାହ୍ନରେ ବଅଁରପାଳ ବ୍ଲକ ଅଫିସରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅତିରିକ୍ତ ଜିଲ୍ଲାପାଳ ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଦାଖଲ ହୋଇଥିବା ସମୁଦାୟ ୯୦ଟି ଅଭିଯୋଗରୁ ୮୪ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟ ଭିତ୍ତିକ ଥିଲା। ଏଥିରୁ ୭ଟି ଅଭିଯୋଗର ଆଜି ଶୁଣାଣି ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା.ତ୍ରିଲୋଚନ ପ୍ରଧାନ, ବଅଁରପାଳ ବିଡିଓ ଏଲିଜା ମିଶ୍ର, ବଅଁରପାଳ ତହସିଲଦାର ଜିତେନ୍ଦ୍ର କୁମାର ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।
ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର, ଦାଖଲ ହୋଇଥିବା ୯୦ ଅଭିଯୋଗରୁ ୭ଟିର ସମାଧାନ କଲେ ଅତିରିକ୍ତ ଜିଲ୍ଲାପାଳ
