ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର, ୧୩୬ ଅଭିଯୋଗରୁ ୨୭ଟିର ହେଲା ତୁରନ୍ତ ଫଇସଲା

By Angul TV Bureau

February 13, 2023

ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଦାଖଲ ହୋଇଥିବା ସମୁଦାୟ ୧୩୬ଟି ଅଭିଯୋଗରୁ ୧୨୩ଟି ବ୍ୟକ୍ତିଗତ ଓ ୧୩ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏଥିସହ ଦାଖଲ ହୋଇଥିବା ୧୩୬ଟି ଅଭିଯୋଗ ମଧ୍ୟରୁ ୨୭ଟି ଅଭିଯୋଗର ଆଜିର ଶିବିରରେ ତୁରନ୍ତ ଫଇସଲା କରାଯାଇଥିଲା। ଏହି ଶିବିରକୁ ଆସିଥିବା ଲୋକମାନେ ଜମିଜମା ବିବାଦ, ଜଳସେଚନ ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପାନୀୟ ଜଳ ସମସ୍ୟା, ଆଧାର କାର୍ଡ, ରାସନ କାର୍ଡ, ଶିକ୍ଷା ସମ୍ବନ୍ଧୀୟ ସମସ୍ୟା, ଭିନ୍ନକ୍ଷମ ସହାୟତା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରସନ୍ନ କୁମାର ବିଶ୍ବାଳଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।