ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ୩୩ଟି ଅଭିଯୋଗରୁ ୧୧ର ହେଲା ଫଇସଲା

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ୩୩ଟି ଅଭିଯୋଗରୁ ୧୧ର ହେଲା ଫଇସଲା

ଅନୁଗୁଳ : ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।ଦାଖଲ ହୋଇଥିବା ସମୁଦାୟ ୩୩ଟି ଅଭିଯୋଗରୁ ୨୯ଟି ବ୍ୟକ୍ତିଗତ ଓ ୦୪ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ସେଥି ମଧ୍ୟରୁ ୧୧ଟି ଅଭିଯୋଗର ଶିବିରରେ ଫଇସଲା କରାଯାଇଛି। ରେଡକ୍ରସ୍ ତରଫରୁ ଜଣକୁ ୫ ହଜାର ଟଙ୍କା ଚେକ୍ ଆକାରରେ ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟରାସ୍ତା, ଶିକ୍ଷା ବିଭାଗରେ ପଦୋନ୍ନତି ସମ୍ପର୍କିତ ସମସ୍ୟା, ଜମିଜମା ବିବାଦ, ଭୂମିହୀନ, ପାରିବାରିକ କଳହ, ଜବର ଦଖଲ ଓ ପେନସନ୍ ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ରଜନୀକାନ୍ତ ସ୍ୱାଇଁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଡେପୁଟି କଲେକ୍ଟର ମଧୁସ୍ମିତା ବିଶି, ମିନର୍ଭା ନାୟକ ଓ ସତ୍ୟାନନ୍ଦ ଦାସଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Share

Leave a Reply