ମୁଖ୍ୟ ଖବର

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୬ଟି ଅଭିଯୋଗର ତୁରନ୍ତ ଫଇସଲା

By Angul TV Bureau

December 08, 2025

ଅନୁଗୁଳ:- ଆଜି ଜିଲ୍ଲାପାଳ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଠମଲ୍ଲିକ ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜନଶୁଣାଣି ଶିବିରରେ ସମୁଦାୟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।

ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥ‌ିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ରାଜିବ ଲୋଚନ ପଣ୍ଡା, ଆଠମଲ୍ଲିକ ଉପଜିଲ୍ଲାପାଳ ଉପେନ୍ଦ୍ର ଲୋହା,ତହସିଲଦାର ପ୍ରସନ୍ନ ଟେଟ୍ଟେ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ମଙ୍ଗଳ ଅଧିକାରୀ ଦିଲ୍ଲିପ କୁମାର ମିଶ୍ର, ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଉପ- ନିର୍ଦେଶକ ଊଦ୍ୟାନ ଅମର ଲୁଗୁନ୍, ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।