ଓଡ଼ିଆ ପକ୍ଷ ପାଳନ: ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ, ୨୦ ୟୁନିଟ୍ ରକ୍ତ ସଂଗୃହୀତ

You are currently viewing ଓଡ଼ିଆ ପକ୍ଷ ପାଳନ: ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ, ୨୦ ୟୁନିଟ୍ ରକ୍ତ ସଂଗୃହୀତ

ଅନୁଗୁଳ: ଚଳିତ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ତାରିଖ ଓଡ଼ିଆ ନବ ବର୍ଷ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତ ଦାନ ଶିବିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (ରକ୍ତ ଭଣ୍ଡାର) ଠାରେ ଆୟୋଜିତ ହୋଇଛି। ଶିବିରକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି ଉଦ୍‌ଘାଟିତ କରିଥିଲେ। ଶିବିରରେ ୨୦ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। ଶିବିରରେ ଆପାତକାଳୀନ ଅଧିକାରୀ ଶୁଭେନ୍ଦୁ କୁମାର ଜେନା, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ.ବିଶ୍ବବିହାରୀ ମହାନ୍ତିଙ୍କ ସମେତ ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟ ଓ ସ୍ୱାସ୍ଥ୍ୟକର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply