ମୁଖ୍ୟ ଖବର

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ: ୩୨ ଅଭିଯୋଗ ଗ୍ରହଣ, ୫ଟିର ତୁରନ୍ତ ସମାଧାନ

By Angul TV Bureau

June 16, 2026

ଅନୁଗୋଳ: ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ଶିବିରରେ ଯୋଗ ଦେଇଥିଲେ।

ଶିବିରରେ ସମୁଦାୟ ୩୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ଓ ୧୬ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିଲା। ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଚିକିତ୍ସା ସହାୟତା ବାବଦକୁ ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ହଜାର ଟଙ୍କା ଓ ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।

ଶିବିରରେ ଅନୁଗୋଳ ଉପଜିଲ୍ଲାପାଳ ମାୟାଧର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବିନୋଦ କୁମାର ଦଲାଇ, ଉପ-ନିର୍ଦ୍ଦେଶକ ଉଦ୍ୟାନ ଅମ୍ବର ଲୁଗୁନ୍, ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ସତ୍ୟ ପ୍ରକାଶ ତ୍ରିପାଠୀଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।ଶିବିରରେ ଜନସାଧାରଣ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ଓ ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।