ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର, ୧୨୫ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର, ୧୨୫ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ

ଅନୁଗୁଳ: ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ସୋମବାର ଅନୁଷ୍ଠିତ ହୋଇଛି। ଏ ଅବସରରେ ଦାଖଲ ହୋଇଥିବା ମୋଟ୍ ୧୨୫ଟି ଅଭିଯୋଗରୁ ୧୦୧ଟି ବ୍ୟକ୍ତିଗତ ଓ ୨୪ଟି ଗ୍ରାମ୍ୟ ଭିତ୍ତିକ ଥିଲା। ସମସ୍ତ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ଶିବିରକୁ ଆସିଥିବା ଲୋକମାନେ ସାଧାରଣତଃ ଶିକ୍ଷା, ରାସ୍ତା ଘାଟ, ପାନୀୟ ଜଳଯୋଗାଣ ଓ ସ୍ୱାସ୍ଥ୍ୟ ସମ୍ପର୍କରେ ଅଭିଯୋଗ କରିଥିଲେ। ଶିବିରରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ସାହୁ, ତାଳଚେର ଉପଜିଲ୍ଲାପାଳ ବିଶ୍ବ ରଞ୍ଜନ ରଥ, ତାଳଚେର ଉପଖଣ୍ଡ ପୁଲିସ ଅଧିକାରୀ ସ୍ବାତୀ ଏସ୍ କୁମାରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Share

Leave a Reply