ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ୧୬୩ ଅଭିଯୋଗରୁ ୨୧ ଟିର ହେଲା ଫଇସଲା

You are currently viewing ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ୧୬୩ ଅଭିଯୋଗରୁ ୨୧ ଟିର ହେଲା ଫଇସଲା

ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଯୋଗ ଦେଇ ଦାଖଲ ହୋଇଥିବା ସମୁଦାୟ ୧୬୩ ଟି ଅଭିଯୋଗରୁ ୧୪୫ ଟି ବ୍ୟକ୍ତିଗତ ଓ ୧୮ ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହା ସହ ଦାଖଲ ହୋଇଥିବା ୧୬୩ ଅଭିଯୋଗ ମଧ୍ୟରୁ ୨୧ ଟି ଅଭିଯୋଗର ଆଜି ଫଇସଲା କରାଯାଇଛି। ସେଥିରୁ ରେଡକ୍ରସ ପାଣ୍ଠିରୁ ଜଣକୁ ୫ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା।

ଶିବିରରେ ମୁଖ୍ୟତଃ ଗ୍ରାମ୍ୟରାସ୍ତା, ସ୍ବାସ୍ଥ୍ୟ, ଭିନ୍ନକ୍ଷମ ସହାୟତା, ଜମିଜମା ସମ୍ବନ୍ଧୀୟ, ପାରିବାରିକ କଳହ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଉପଜିଲ୍ଲାପାଳ ବରତ୍ୟେନ୍ଦୁ ମହାନ୍ତି, ଡେପୁଟି କଲେକ୍ଟର ମଧୁସ୍ମିତା ବିଶି, ଡେପୁଟି କଲେକ୍ଟର ମିନର୍ଭା ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Share

Leave a Reply