ଛେଣ୍ଡିପଦାରେ ମିଳିତ ଜନ ଶୁଣାଣି ଶିବିର: ମୋଟ ୧୦୨ଟି ଅଭିଯୋଗରୁ ୨୧ଟିର ହେଲା ତୁରନ୍ତ ଫଇସଲା

You are currently viewing ଛେଣ୍ଡିପଦାରେ ମିଳିତ ଜନ ଶୁଣାଣି ଶିବିର: ମୋଟ ୧୦୨ଟି ଅଭିଯୋଗରୁ ୨୧ଟିର ହେଲା ତୁରନ୍ତ ଫଇସଲା

ଅନୁଗୁଳ: ଆଜି ପୂର୍ବାହ୍ନରେ ଛେଣ୍ଡିପଦା ବ୍ଲକ ଅଫିସଠାରେ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।

ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଯୋଗ ଦେଇଥିଲେ। ଦାଖଲ ହୋଇଥିବା ମୋଟ ୧୦୨ଟି ଅଭିଯୋଗରୁ ୮୯ଟି ବ୍ୟକ୍ତିଗତ ଓ ୧୩ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏଥିସହ ଦାଖଲ ହୋଇଥିବା ୧୦୨ଟି ଅଭିଯୋଗ ମଧ୍ୟରୁ ୨୧ଟି ଅଭିଯୋଗର ଆଜିର ଶିବିରରେ ଫଇସଲା କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ରାସ୍ତା, ଜମି ଜମା ବିବାଦ, ଭୂମିହୀନ, ରାସନ କାର୍ଡ, ପାରିବାରିକ ସମସ୍ୟା, ବିଜୁଳି ସମସ୍ୟା, ବାସଗୃହ ସମ୍ପର୍କିତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଉପଜିଲ୍ଲାପାଳ ବରତ୍ୟେନ୍ଦୁ ମହାନ୍ତି, ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷା ସୁମିତ୍ରା ସାହୁ, ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିବିକ୍ରମ କୁମୁରାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply