ଅନୁଗୁଳ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ଦାଖଲ ୪୪ ଅଭିଯୋଗରୁ ୧୪ଟିର ହେଲା ଫଇସଲା

You are currently viewing ଅନୁଗୁଳ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର: ଦାଖଲ ୪୪ ଅଭିଯୋଗରୁ ୧୪ଟିର ହେଲା ଫଇସଲା

ଅନୁଗୁଳ: ଆଜି ପୂର୍ବାହ୍ନରେ ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ଯୋଗ ଦେଇଥିଲେ। ଦାଖଲ ହୋଇଥିବା ସମୁଦାୟ ୪୪ଟି ଅଭିଯୋଗରୁ ୪୦ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହାଛଡ଼ା ଦାଖଲ ହୋଇଥିବା ୪୪ ଅଭିଯୋଗ ମଧ୍ୟରୁ ୧୪ଟି ଅଭିଯୋଗର ଆଜିର ଶିବିରରେ ଫଇସଲା କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ୧୦,୦୦୦ ହଜାର ଟଙ୍କା ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମି ଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Share

Leave a Reply